ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବବି ଦାସଙ୍କ ଭାଇ ନାଁରେ ଏତଲା

0

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି। ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା କରିଛନ୍ତି ଜଣେ ବ୍ୟବସାୟୀ। ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼ ମାରିବା ସହ ଟଙ୍କା ଛଡ଼ାଇ ନେଇଥିବା ନେଇ ଏତଲାରେ ଉଲ୍ଲେଖ କରିଛନ୍ତି ବ୍ୟବସାୟୀ ଜଣଙ୍କ। ବିଏନଏସ ୧୧୫(୨), ୨୯୬, ୩(୫), ୩୦୩ (୨), ୩୨୪(୪)ରେ ଭବ ପ୍ରକାଶ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି।

ସେପଟେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ଗତକାଲି ପୋଲିସ ୧୦ଜଣଙ୍କୁ ଗିରଫ କରି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଛି। ସେଠାରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ତେବେ ଉକ୍ତ ଘଟଣାରେ ଯାଜପୁର ପୂର୍ବତନ ବିଧାୟକ ବବି ଦାସଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ବିଧାୟକ ହିମାଂଶୁ।

ହିମାଂଶୁଙ୍କ ଅଭିଯୋଗ ମୁତାବକ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲେ। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକା କରିଥିଲେ। ରାସ୍ତା ବନ୍ଦ ଥିବାରୁ ଗାଡ଼ି ଅଟକି ରହିଥିଲା, ଠିକ୍ ସେତିକି ବେଳେ କିଛି ଲୋକ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ, ଠେଙ୍ଗା ଥିଲା। ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ ଛିଡ଼ାଇ ନେଇଥିଲେ। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ କହି ନାରା ଦେଇଥିଲେ।

Leave A Reply

Your email address will not be published.