ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

0

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଖବର ମୁତାବକ, ବିଦେଶିଆ ପ୍ରଧାନ ଜଣେ ୧୫ବର୍ଷର ନାବାଳିକାକୁ ଅପହରଣ ପରେ ବିବାହ କରି ଦୁଷ୍କର୍ମ କରିଆସୁଥିବା ନେଇ ଚାଇଲ୍ଡଲାଇନ ଟିମ୍‌‌ ଲିଡର ସୁକାନ୍ତି ପାତ୍ର ଜାଣିବାକୁ ପାଇଥିଲେ। ଏହା ପରେ ସେ ମେ’ ୩୧ ତାରିଖ ୨୦୨୦ ମସିହାରେ ସମ୍ପୃକ୍ତ ନାବାଳିକାକୁ ପ୍ରଥମେ ଉଦ୍ଧାର କରି ଏ ସମ୍ପର୍କରେ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ପକ୍ଷରୁ ଅଭିଯୁକ୍ତ ବିଦେଶିଆକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।
ଏହି ମାମଲାରେ ମୋଟ ୧୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଅଭିଯୁକ୍ତ ବିଦେଶିଆକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ କ୍ଷତିପୂରଣ ପ୍ରଦାନ ନିମନ୍ତେ ମଧ୍ୟ ଆଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେଶାଲ ପି.ପି ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Leave A Reply

Your email address will not be published.