ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଏଥର ଆସିବେ ନୂଆ କଂସ

0

ବରଗଡ଼: ବଦଳିବେ ବରଗଡ଼ ଧନୁଯାତ୍ରା କଂସ। ପୂର୍ବରୁ କଂସ ଭୂମିକାରେ ଅଭିନୟ କରୁଥିବା ବ୍ୟକ୍ତି ବଦଳରେ ଅଭିନୟ କରିବେ ଆଉ ଜଣେ। ଏନେଇ ବରଗଡ଼ ଧନୁଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପ୍ରସ୍ତୁତି ବୈଠକ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଷ ଭୋଇ। ଏଥର ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ଜଣେ ନୂଆ କଳାକାର।

ସୂଚନାଯୋଗ୍ୟ, କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଜଣେ ସରକାରୀ କର୍ମଚାରୀ। ସେ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି। ଗତ ଅକ୍ଟୋବର ମାସରେ ସେ ଗାଇସିଲାଟ ବ୍ଲକର ଏକ ଗାଁକୁ ମୃତଦେହ ନେଇ ଯାଇଥିବା ବେଳେ ମୃତକଙ୍କ ପରିବାର ଲୋକଙ୍କୁ ୩ ହଜାର ଟଙ୍କା ମାଗିଥିଲେ। ମୃତକଙ୍କ ପରିବାର ଲୋକେ ତାଙ୍କୁ ୩ ହଜାର ଟଙ୍କା ଦେଇଥିଲେ। ଏନେଇ ଅଭିଯୋଗ ମଧ୍ୟ ହୋଇଥିଲା।

ଏହି ଘଟଣା ସାମ୍ନାକୁ ଆସିବା ପରେ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା। ସେ ଦୋଷମୁକ୍ତ ହୋଇ ନଥିବାରୁ ତାଙ୍କୁ କଂସ ଭୂମିକାରେ ଅଭିନୟ କରିବାକୁ ଅନୁମତି ଦିଆଯାଇ ନାହିଁ। ତାଙ୍କୁ କଂସ ଭୀମୟକ ଦିଆଗଲେ ବରଗଡ଼ ଧନୁଯାତ୍ରାର ମର୍ଯ୍ୟାଦା ଓ ଗାରିମାକୁ କ୍ଷୁର୍ଣ୍ଣ ହେବ ବୋଲି ବରଗଡ଼ ଧନୁଯାତ୍ରା କଳାକାର ସମନ୍ୱୟ କମିଟି ପକ୍ଷରୁ କୁହାଯାଇଛି। ୭୭ତମ ବରଗଡ଼ ଧନୁଯାତ୍ରାର ଶୁଭସ୍ତମ୍ଭ ଡିସେମ୍ବର ୪ ତାରିଖରେ ସ୍ଥାପିତ ହେବ ବୋଲି ଧନୁଯାତ୍ରା ମହୋତ୍ସବ ସମିତି ସଂପାଦକ କହିଛନ୍ତି।

Leave A Reply

Your email address will not be published.