ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଗିରଫ ହେଲେ ଭବ ଦାସ

0

ଯାଜପୁର: ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ। ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା। ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକ ବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି। ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି।

Leave A Reply

Your email address will not be published.