ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟରେ ମିଳିଲା ମଞ୍ଜୁରୀ

0

ଭୁବନେଶ୍ବର:ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ ଶିକ୍ଷାବିତ୍‌ମାନଙ୍କୁ ଜଡ଼ିତ କରାଯିବ।

ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ଫଳରେ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଏକାଡେମିକ ଉତ୍କର୍ଷ, ଗୁଣାତ୍ମକ ଗବେଷଣା ନିମନ୍ତେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ପ୍ରାପ୍ତି ଦିଗରେ ହୋଇଥିବା ସମସ୍ୟା ଓ ସମାଧାନ କରିବାକୁ ଏହି ସଂଶୋଧନ ହୋଇଛି। ବିଶ୍ୱବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଉନ୍ନତି ଆଣିବା, ଅଧିକ ସ୍ୱାୟତ୍ତ୍ୱତା ସହିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ସଶକ୍ତ କରିବା ଓ ଉତ୍ତରଦାୟିତ୍ୱ ବଜାୟ ରଖିବା ଓ ଅଧ୍ୟାପକ ନିଯୁକ୍ତି ଓ କୁଳପତି ଚୟନ ପ୍ରକ୍ରିୟାରେ ଏକାଡେମିକ୍ ପ୍ରଫେସନାଲଙ୍କୁ ଜଡ଼ିତ କରିବା, ଅର୍ଥ କମିଟି ଓ ନିର୍ମାଣ କମିଟି ଆଦି ଗଠନ କରିବା ଏହି ଆଇନରେ ସଂଶୋଧନ ଦ୍ୱାରା ସମ୍ଭବ ହୋଇପାରିବ।

Leave A Reply

Your email address will not be published.