ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ

0

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ସ୍ଥିତି ଏପରି ହୋଇଛି ଯେ ଏଥିରେ ତିନି ଜଣଙ୍କ ଜୀବନ ଯାଇ ଥିବାବେଳେ ୩୦ ଜଣ ପୁଲିସ କର୍ମୀ ଆହତ ହୋଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ ଦୁଇ ମହିଳାଙ୍କ ସମେତ କିଛି ଲୋକଙ୍କୁ ଗିରଫ କରାଯାଇଛି। ମହିଳାମାନେ ଛାତ ଉପରୁ ପଥରମାଡ଼ କରିଥିଲେ। ସ୍ଥାନୀୟ ଏସଆଇ କହିଛନ୍ତି ଯେ, ଘଟଣାସ୍ଥଳରେ ପ୍ରାୟ ୩୦୦ ଲୋକେ ଜମା ହୋଇଥିଲେ, ସେମାନଙ୍କ ପଛରେ ମଧ୍ୟ ଅନେକ ଲୋକ ଥିଲେ। ଏହି ଲୋକମାନେ ପୋଲିସକୁ ଟାର୍ଗେଟ କରିଥିଲେ। ଏଥିରେ ଏସଆଇ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଭାରତରେ ମୋଗଲ ସାମ୍ରାଜ୍ୟ ସମୟରେ ମସଜିଦ ନିର୍ମାଣ ପାଇଁ ଏଠାରେ ଥିବା ହିନ୍ଦୁ ମନ୍ଦିରକୁ ଭାଙ୍ଗି ଦିଆଯାଇଥିବା ନେଇ ହିନ୍ଦୁ ଗୋଷ୍ଠୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିଲା। ତେଣୁ ଏହି ସ୍ଥାନରୁ ମସଜିଦ ଉଚ୍ଛେଦ ପାଇଁ ଦାବି କରିଥିଲେ ହିନ୍ଦୁ ପକ୍ଷ। ଏହି ଆବେଦନର ଶୁଣାଣି କରି କୋର୍ଟ ମସଜିଦରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ସକାଳେ ହାଇକୋର୍ଟଙ୍କ ଆଦେଶ ପରେ ଏକ ଟିମ୍ ଜାମା ମସଜିଦ ସର୍ଭେ କରିବାକୁ ଆସିଥିଲେ। ଏତିକି ବେଳେ ସ୍ଥାନୀୟ ଲୋକେ ପଥରମାଡ ଆରମ୍ଭ କରିଦେଇଥିଲେ, ଯାହାପରେ ପୋଲିସ ଲୁହବୁହା ଗ୍ୟାସ ମାଡ଼ କରିଥିଲା। ଏହାପରେ ପ୍ରଦର୍ଶନକାରୀମାନେ କିଛି ସ୍ଥାନରେ ନିଆଁ ଲଗାଇ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ସହିତ ହିଂସାରେ ଏସପି ସମେତ ଅନେକ ପୋଲିସ ଅଧିକାରୀ ଆହତ ହୋଇଥିଲେ।

ଏହି ଘଟଣାରେ ଏସପି କହିଛନ୍ତି, ପଥରମାଡ଼ କରୁଥିବା ଲୋକମାନେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲେ।

Leave A Reply

Your email address will not be published.