ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଡ଼ିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ମୁତୟନ ହେବେ ୮୦ ପ୍ଲାଟୁନ ପୋଲିସ
ପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ ବି ଖୁରାନିଆ ଆଜି ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ସୁରକ୍ଷା ଦାୟିତ୍ବରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ବରିଷ୍ଠ ପୋଲିସ ଅଧିକାରୀ ଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି। ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି।

Leave A Reply

Your email address will not be published.