ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେ କହିଛନ୍ତି, ୨୯ ତାରିଖରେ ମୋଦୀ ଓଡିଶା ଆସିବେ। ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖରେ ଲୋକସେବା ଭବନ କନଫରେନ୍ସ ହଲରେ ଆୟୋଜିତ ହେବାକୁ ଥିବା ଡିଜିପି ସମ୍ମିଳନୀରେ ଭାଗ ନେବେ। ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୋଲିସ ଡିଜି କନଫରେନ୍ସ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଯୋଗ ଦେବେ। ପ୍ରଥମ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏହି ସମ୍ମିଳନୀକୁ ଉଦଘାଟନ କରିବେ।

ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପି ଯୋଗଦେବେ। ଏହା ସହିତ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟମାନେ ଏଥିରେ ଯୋଗ ଦେବେ। ଜାତୀୟ ସ୍ତରରେ ଥିବା ସୁରକ୍ଷା ଜନିତ ସମସ୍ୟା ସମ୍ପର୍କରେ ଏହି ସମ୍ମିଳନୀରେ ଆଲୋଚନା କରାଯିବ। ରାଜ୍ୟର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ।

Leave A Reply

Your email address will not be published.