ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ମା’ ବିରଜା ମନ୍ଦିର ଉନ୍ନତିକରଣ କାମ ଠିକ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0

ଭୁବନେଶ୍ବର: ଠିକ୍ ସମୟରେ ବିରଜା ମନ୍ଦିର ଉନ୍ନତିକରଣ,ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ୱିକ କାମ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।

ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ।

Leave A Reply

Your email address will not be published.