ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

0

ନୂଆଦିଲ୍ଲୀ: ଆସିଲା ରାଜ୍ୟସଭା ନିର୍ବାଚନ ତାରିଖ। ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍‌ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ।

ବିଜ୍ଞପ୍ତି ଅନୁସାରେ, ଡିସେମ୍ବର ୩ ତାରିଖରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଡିସେମ୍ବର ୧୦ ତାରିଖ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ହୋଇଥିବାବେଳେ ୧୧ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି ଡିସେମ୍ବର ୧୩। ଭୋଟ୍‌ ଗ୍ରହଣ ଦିନ ଅର୍ଥାତ୍ ଡିସେମ୍ବର ୨୦ରେ ହିଁ ଭୋଟ୍‌ ଗଣତି ହେବ।

ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ହରିୟାଣାରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ସୁଜିତ କୁମାରଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଗୋଟିଏ ଆସନ। ସେପ୍ଟେମ୍ବର ୬ରେ ଇସ୍ତଫା ଦେଇଥିଲେ ସୁଜିତ କୁମାର।

କାର୍ଯ୍ୟକାଳ ପୁରିବା ପୂର୍ବରୁ ଗତ ସେପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ସୁଜିତ। ଏହାପରେ ବିଜେପିରେ ସାମିଲ ହୋଇଥିଲେ ସୁଜିତ କୁମାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ସାଂସଦ ଭର୍ତୃହରି ମହତାବଙ୍କ ଉପସ୍ଥିତିରେ ନୂଆଦିଲ୍ଲୀ ସ୍ଥିତ ବିଜେପି ପାର୍ଟି ମୁଖ୍ୟାଳୟରେ ପଦ୍ମ ଧରିଥିଲେ ସୁଜିତ କୁମାର। ଏବେ ଓଡିଶାରୁ ରାଜ୍ୟସଭା ସାଂସଦ ପାଇଁ କିଏ ମନୋନୀତ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଛି। ପୁଣି ଠାରେ ସୁଜିତ ବ୍ୟାକ କରିବେ ନା ଆଉ କିଏ ପାଦ ସମ୍ଭାଳିବା ତାହା ଏବେ ଦେଖିବାକୁ ବାକି।

Leave A Reply

Your email address will not be published.