ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ

0

ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ । ତଥ୍ୟ ଆସିବା ପରେ ପୁଣି ଥରେ ଶୁଣାଣି ହେବ ବୋଲି ସୂଚନା ରହିଛି।

ସେପଟେ ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଯାଜପୁର ଟାଉନ ଥାନାରେ ପହଞ୍ଚି ସିସିଟିଭି ଫୁଟେଜ୍ ଯାଞ୍ଚ କରିବାପରେ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ପହଞ୍ଚିଛନ୍ତି ଟିମ୍। ବିଧାୟକଙ୍କୁ ଆକ୍ରମଣରେ ଗିରଫ ହୋଇଥିବା ୧୪ ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହା ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଢ଼ାଘାଟ ଠାରେ ଆକ୍ରମଣ ଘଟଣାକୁ କେନ୍ଦ୍ର କରି ଯାଜପୁର ସହରରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ୨୧ ତାରିଖରେ ମା’ ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ କେନ୍ଦ୍ର କରି ସିଂହପୁର-ଯାଜପୁର ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ କିଛି ଲୋକେ। ଏହି ଘଟଣାରେ ଯାଜପୁର ସଦର ଥାନା ପୁଲିସ ଓ ଯାଜପୁର ଟାଉନ ପୁଲିସ ୧୭ଟି ମାମଲା ରୁଜୁ କରି ୧୯ ଜଣଙ୍କୁ ଗିରଫ କରିଛି।

Leave A Reply

Your email address will not be published.