ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ

0

ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।

ଏନେଇ ଉକ୍ତ କର୍ମଚାରୀ ଭିଜିଲାନ୍ସକୁ ଜଣାଇଥିଲେ। ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଉକ୍ତ କର୍ମଚାରୀ ଜଣଙ୍କ ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀଙ୍କୁ ତାଙ୍କ ଅଫିସରେ ୧୨ ହଜାର ଟଙ୍କା ଦେଇଥିଲେ। ସିଡିପିଓ ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା। ସିଡିପିଓ ସନ୍ଧ୍ୟାରଣୀ ପାଣିଗ୍ରାହୀ ଲାଞ୍ଚ ନେଇ ଧରାପଡ଼ିବା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ତିନିଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ଭିଜିଲାନ୍ସର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.