ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ବସ ମାଲିକ ସଂଘ ସଭାପତିଙ୍କୁ ଛୁରାମାଡ଼

0

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ କୋରାପୁଟ ବସ୍‌ଷ୍ଟାଣ୍ଡରେ ତାଙ୍କ ଉପରେ ଏହି ଆକ୍ରମଣ ହୋଇଛି। ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଥିବା ବେଳେ କୋରାପୁଟ ମେଡିକାଲ କଲେଜ ଓ ହସ୍‌ପିଟାଲରେ ତାଙ୍କର ଚିକିତ୍ସା କରାଯାଇଛି।
ସୂଚନା ଅନୁଯାୟୀ , ବସ୍‌ ସମୟକୁ ନେଇ କୋରାପୁଟ ଘରୋଇ ବସ୍‌ ମାଲିକ ସଂଘରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା। ଗତକାଲିଠାରୁ ବିବାଦ ଆରମ୍ଭ ହୋଇଥିବା ବେଳେ ଘଟଣାର ସମାଧାନ ପାଇଁ ଆଜି ସଂଘର ସଭାପତି ଶେଖ କାସିମ ନିଜେ ବସ୍‌ଷ୍ଟାଣ୍ଡକୁ ଆସିଥିଲେ। ଗୋଟିଏ ଗୋଷ୍ଠୀର ବସ୍‌ ମାଲିକଙ୍କ ସହିତ ସେ ଆଲୋଚନା କରୁଥିବା ବେଳେ ହଠାତ୍ ୫ରୁ ୮ ଜଣ ତାଙ୍କୁ ପଛପଟୁ ଆକ୍ରମଣ କରିଥିଲେ। ସେମାନେ ତାଙ୍କ କାନ୍ଧରେ ଛୁରୀ ଭୁଷି ଦେଇଥିଲେ। ଏହା ପରେ ସେମାନେ ବାଇକ୍‌ରେ ସେଠାରୁ ଫେରାର ହୋଇଯାଇଥିଲେ। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଏକ ଲିଖିତ ଏତଲା ପ୍ରଦାନ କରାଯାଇଛି। ଏତଲା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଫେରାର ଥିବାରୁ ତାଙ୍କୁ ଖୋଜା ଚାଲିଛି।

Leave A Reply

Your email address will not be published.