ପ୍ରମୁଖ ଖବର

ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର
ମଣିପୁରରେ ଆହୁରି ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ
ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ
ଭିଜିଲାନ୍ସ ଜାଲରେ ଜୟପୁର ଫରେଷ୍ଟ ରେଞ୍ଜର: ଘରୁ ମିଳିଲା ଟ୍ରେଜେରି ଭର୍ତ୍ତି ଟଙ୍କା
ଓଡ଼ିଶା ଟେକ୍ସର ଶୁଭାରମ୍ଭ,ସମଗ୍ର ଦେଶରେ ପହଞ୍ଚିବ ଓଡ଼ିଶାର ବସ୍ତ୍ର: ମୁଖ୍ୟମନ୍ତ୍ରୀ
ସବ୍‌ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା
ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ

0

କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି। ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁବାର କ୍ୟାଡର ମାଓବାଦୀ ବିଜା ମାଡ଼ଭି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି।

ପୁଲିସ ଲଗାତାର ଭାବେ କମ୍ବିଂ ଅପରେସନ କରୁଥିବାରୁ ଓ ନକ୍ସଲଙ୍କ ପ୍ରତି ଲୋକଙ୍କ ସମର୍ଥନ କମୁଥିବାରୁ ବିଜା ମାଡ଼ଭି ପୁଲିସ ପାଖରେ ଆତ୍ମ ସମର୍ପଣ କରିଛନ୍ତି । ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ସେ ପ୍ରାୟ ୧୦ଟି ପୁଲିସ-ନକ୍ସଲ ଗୁଳି ବିନିମୟ ଘଟଣାରେ ସେ ସମ୍ପୃକ୍ତ ରହିଥିଲେ। ଛତିଶଗଡ଼ ସୁକମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ ମଙ୍ଗଳଗୁଡା ଗ୍ରାମର ବିଜା ୨୦୧୮ ମସିହାରୁ ମାଓ ସଙ୍ଗଠନର ଦରବା ଡିଭିଜନରେ ସାମିଲ ହୋଇ ପଶ୍ଚିମ ବସ୍ତର, ମାଦ ଏବଂ ଉତ୍ତର ବସ୍ତର ଅଞ୍ଚଳରେ କାର୍ଯ୍ୟ କରି ଆସୁଥିଲେ। ୨୦୨୦ ମସିହାରେ ସେ ଓଡ଼ିଶା କ୍ୟାଡରକୁ ଆସି ଅଷ୍ଟମ କମ୍ପାନୀ(କାଡାମ ଏରିଆ କମିଟି)ର ସଦସ୍ୟ ଭାବେ ନୂଆପଡା ଅଞ୍ଚଳରେ ସକ୍ରିୟ ରହିଥିଲେ। ଏବେ ସେ କନ୍ଧମାଳ ଜିଲାର ରାହୁଲ ଏରିଆ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.