ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଭୀମସାରରୁ ଚୋରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

0

ବୁର୍ଲା: ଭୀମସାରରୁ ନବଜାତ ଶିଶୁ ଚୋରି ଘଟଣାରେ ଖୁସି ଖବର। ଚୋରି ହୋଇଥିବା ଶିଶୁପୁତ୍ରକୁ ଉଦ୍ଧାର କଲା ପୋଲିସ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ରେଙ୍ଗାଲିରୁ ଉଦ୍ଧାର ହୋଇଛି ନବଜାତକ। ଚୋରି କରିଥିବା ମହିଳା ଓ ତାଙ୍କ ସ୍ଵାମୀଙ୍କୁ ଅଟକ ରଖିଛି ପୋଲିସ। ଶିଶୁର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାବେଳେ ଅଧିକ ଚିକିତ୍ସା ପାଇଁ ତାକୁ ୭୨ ଘଣ୍ଟା ଅବଜରଭେସନରେ ରଖାଯିବ ବୋଲି ଡାକ୍ତର କହିଛନ୍ତି।

ଗତ ନଭେମ୍ବର ୨୬ରେ ବୁର୍ଲା ଭୀମସାରରୁ ଶିଶୁର ସଂପର୍କୀୟାଙ୍କ ପାଖରୁ୩ ଦିନର ନବଜାତ ଶିଶୁକୁ ଚୋରି କରି ନିଆଯାଇଥିବା ଅଭିଯୋଗ ହୋଇଛି। ଛତିଶଗଡରୁ ଆସି ଭୀମସାର ମହିଳା ଓ ଶିଶୁ ୱାର୍ଡରେ ଭର୍ତ୍ତି ହୋଇଥିଲେ ମହିଳା। ରବିବାର ଦିନ ତାଙ୍କର ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା।

ପିଲା ଚୋରି ଘଟଣା ନେଇ ଶିଶୁର ମାଆ ଦେଇଛନ୍ତି ଚାଚଂଲ୍ୟକର ତଥ୍ୟ। କିଭଳି ଉକ୍ତ ମହିଳା ଜଣଙ୍କ ଡେଲିଭରି ପରେ ଆସି ସେମାନଙ୍କ ସହ ବନ୍ଧୁତା ଜମାଇଥିଲେ। ଭଉଣୀଙ୍କ ସହ ସମ୍ପର୍କ ବଢାଇ ଜଣେ ମହିଳା ତାଙ୍କ ନିକଟରୁ ବାରମ୍ବାର ଆସୁଥିଲେ। ସେହି ମହିଳା ହିଁ ତାଙ୍କ ଶିଶୁ ପୁତ୍ରକୁ ଚୋରି କରି ନେଇଥିବା ଶିଶୁର ମାଆ ଅଭିଯୋଗ କରିଥିଲେ। ଘଟଣାସ୍ଥଳରେ ଭୀମସାର ଅଧିକାରୀ ଓ ପୋଲିସ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଥିଲେ। ନନଷ୍ଟପ୍ ଚେକିଂ-ବ୍ଲକିଂ, ଖୋଳତାଡ, ୩ଶହରୁ ଉର୍ଦ୍ଧ୍ୱ ସିସିଟିଭି ଯାଂଚ ପରେ ଶେଷରେ ଆଜି ରେଙ୍ଗାଲି ଗଣେଶ ନଗର ଅଂଚଳରୁ ଛୁଆଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି ପୁଲିସର ଏକ ସ୍ପେଶାଲ ଟିମ୍। ସିସିଟିଭିରେ ମହିଳାଙ୍କୁ ଚିହ୍ନଟ କରିଥିଲେ ଶିଶୁର ମାଆ।

Leave A Reply

Your email address will not be published.