ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟରେ ଇଡିର ଚଢାଉ

0

ମୁମ୍ବାଇ: ମୋବାଇଲ୍‌ ଆପ୍‌ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ୍ ପ୍ରସ୍ତୁତି ଏବଂ ପ୍ରସାରଣ ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବ୍ୟବସାୟୀ ତଥା ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ଵାମୀ ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଚଢାଉ କରିଛି।
ଶୁକ୍ରବାର ଇଡି ରାଜ କୁନ୍ଦ୍ରାଙ୍କ ସମେତ ଅନ୍ୟ କେତେକଙ୍କ ଘରେ ମଧ୍ୟ ଚଢାଉ କରିଛି। ପର୍ନ ର଼୍ୟାକେଟ ମାମଲାରେ ଥିବା ଅନ୍ୟ ଲୋକଙ୍କୁ ମଧ୍ୟ ଇଡି ଖୋଜୁଛି।

ଏହି କାର୍ଯ୍ୟ ମୋବାଇଲ ଆପ ମାଧ୍ୟମରେ ଅଶ୍ଳୀଳ ବିଷୟବସ୍ତୁ ପ୍ରସାର ଏବଂ ପ୍ରଚାର ସହିତ ଜଡିତ। ଏହି ଅନୁସନ୍ଧାନ ମୁମ୍ବାଇ ପୋଲିସର ୨୦୨୧ ମାମଲା ଉପରେ ଆଧାରିତ।ମୁମ୍ବାଇ ଏବଂ ଉତ୍ତରପ୍ରଦେଶର ପ୍ରାୟ ୧୫ଟି ସ୍ଥାନରେ ତଲାସୀ ଚାଲିଛି। ମୋବାଇଲ୍ ଆପ୍ଲିକେସନ୍ ଏବଂ ଅନ୍ୟ ମାଧ୍ୟମ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ ବିତରଣରେ ସନ୍ଦିଗ୍ଧଙ୍କ ଭୂମିକା ସମ୍ବନ୍ଧରେ ଏହି ଯାଞ୍ଚ କରାଯାଉଛି।

ଏହାପୂର୍ବରୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲାରେ ୨୦୨୧ ମସିହା ଜୁନ୍ ମାସରେ ରାଜ କୁନ୍ଦ୍ରାଙ୍କୁ ଗିରଫ କରିଥିଲା ମୁମ୍ବାଇ ପୁଲିସ। ଏହି ମାମଲାରେ ସିଟି କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ରାଜ କୁନ୍ଦ୍ରା ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଭୁଲ ବୋଲି କହିଥିଲେ। ଦୁଇ ମାସ ଜେଲରେ ରହିବା ପରେ ସେ ସେ‌ପ୍ଟେମ୍ବର ୨୦୨୧ରେ ଜାମିନରେ ମୁକୁଳିଥିଲେ।

Leave A Reply

Your email address will not be published.