ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ବିଚ୍‌ ରାସ୍ତାରେ ହୋଟେଲ ମାଲିକଙ୍କୁ ହାଣିଲେ ଦୁର୍ବୃତ୍ତ

0

ବାଲେଶ୍ବର: ବିଚ୍‌ ରାସ୍ତାରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ହୋଟେଲ ମାଲିକ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହୋଟେଲ ମାଲିକ ଜଣକ ହେଲେ ସଞ୍ଜୀବ କୁମାର ମହାପାତ୍ର।

ଖବର ମୁତାବକ, ଆଜି ସକାଳେ ସଞ୍ଜୀବ କାର୍‌ ଯୋଗେ ନିଜ କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ସମଲପୁର ଛକ ନିକଟରେ ୭ ରୁ ୮ ଜଣ ଦୁର୍ବୃତ୍ତ ବାଇକ୍‌ ରେ ଆସି ସଞ୍ଜୀବ କୁମାରଙ୍କ ଗାଡ଼ି ଅଟକାଇଥିଲେ। ଏହାପରେ ସେମାନେ ଗାଡ଼ିରୁ ସଞ୍ଜୀବ କୁମାରଙ୍କୁ ଟାଣି ଆଣି ଖଣ୍ଡା ଓ ଭୁଜାଲିରେ ହାଣି ପକାଇଥିଲେ। ସଞ୍ଜୀବଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରି ପୋଲିସରେ ଖବର ଦେଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି। ହେଲେ ଆକ୍ରମଣର ସଠିକ୍‌ କାରଣ ବର୍ତ୍ତାମାନସୁଦ୍ଧା ଜଣାପଡି ନାହିଁ। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି କାଣ୍ଡ ଘଟିଥିବା ସନ୍ଦେହ କରୁଛି ପୋଲିସ। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।

Leave A Reply

Your email address will not be published.