ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପୁଣି ମେଡିକାଲରୁ ଶିଶୁ ଚୋରି

0

ନୟାଗଡ଼: କିଛି ଦିନ ତଳେ ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଶନିବାର ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ପରେ ଖବର ପାଇ ରାଜସୁନାଖଳା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଜନ୍ମ ହେଉ ହେଉ ଓଟିରୁ ଶିଶୁ ଚୋରି। ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧିସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ଗତକାଲି ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ l ଆଜି ସକାଳେ ତାଙ୍କୁ ଓଟିକୁ ନିଆଯାଇଥିଲା। ସେଠାରେ ତାଙ୍କର ଏକ ପୁଅ ଜନ୍ମ ହୋଇଥିଲା। ଉକ୍ତ ସମୟରେ ସୁଧିସ୍ମିତାଙ୍କ ନିକଟରେ ପରିବାର ଲୋକେ କେହି ନ ଥିଲେ। କିଛି ସମୟ ପରେ ପରିବାର ଲୋକେ ପହଞ୍ଚି ପ୍ରସବ ହୋଇ ସାରିଥିବା ଶୁଣିବାକୁ ପାଇଥିବା ବେଳେ ଛୁଆକୁ କିନ୍ତୁ ପାଇ ନ ଥିଲେ। ଛୁଆ ମେଡିକାଲରୁ ଗାଏବ ହୋଇ ସାରିଥିଲା।

ଏନେଇ ପରିବାର ଲୋକେ ହୋହଲ୍ଲା କରିବାକୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ମେଡିକାଲ କର୍ତ୍ତୃପକ୍ଷ ମୁହଁ ଖୋଲୁ ନ ଥିବା ବେଳେ ସିସିଟିଭି ଯାଞ୍ଚ ଚାଲିଥିବା କହିଛନ୍ତି। ଏ ଘଟଣା ପରେ ସନ୍ଦେହରେ ଡାକ୍ତର ଓ କର୍ମଚାରୀ ରହିଛନ୍ତି। ବିଜୟଙ୍କ ମା’ ଶକୁନ୍ତଳାଙ୍କ ଅଭିଯୋଗ ଅନୁସାରେ ଶିଶୁକୁ ଗାଏବ କରି ଅନ୍ୟକୁ ବିକ୍ରି କରି ମୃତ ଦର୍ଶାଇ ଖସି ଯିବାକୁ ଉଦ୍ୟମ ହୋଇଛି କହି କାନ୍ଦି ପକାଇଛନ୍ତି। ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.