ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନିଲମ୍ବିତ ହେଲେ ହେମଗିର ତହସିଲଦାର

0

ସୁନ୍ଦରଗଡ଼: ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ ଦୁର୍ବ୍ୟବହାର କରିବା କାରଣରୁ ତାଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧି ସମୟ ମଧ୍ୟରେ ଲାବଣ୍ୟନ୍ଦୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବେ ଏବଂ ଜିଲ୍ଲାପାଳଙ୍କ ଅନୁମତି ବିନା ସେ ମୁଖ୍ୟାଳୟ ଛାଡ଼ି କେଉଁଆଡ଼େ ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ଖବର ମୁତାବକ, ସଦ୍ୟ ନିଲମ୍ବିତ ହୋଇଥିବା ଲାବଣ୍ୟନ୍ଦୁ ମହାନ୍ତି ନିୟମିତ ଅଫିସକୁ ଆସୁ ନଥିବା ଏବଂ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର ଓ ଗାଳିଗୁଲଜ କରୁଥିବା ନେଇ ସ୍ଥାନୀୟ ଲୋକେ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣାକୁ ଗୁରୁତର ସହ ନେଇ ତଦନ୍ତ କରାଯାଇଥିଲା।
ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯିବା ପଦକ୍ଷେପରେ ସ୍ଥାନୀୟ ଲୋକେ ବେଶ ଖୁସି ପ୍ରକଟ କରିବା ସହ ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି।

Leave A Reply

Your email address will not be published.