ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ସ୍କୁଲ ବସ୍ ଧକ୍କାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

0

ଢେଙ୍କାନାଳ: ସ୍କୁଲ ବସ‌କୁ ଧକ୍କା ଦେଲା ଟ୍ରଲର, ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ। ଧକ୍କା ଦେଇଥିବା ଟ୍ରଲର୍ ଡ୍ରାଇଭର୍ ଫେରାର। ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ଏହି ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ୧୦ ଛାତ୍ରଛାତ୍ରୀଙ୍କ ସହ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସ୍‌ଟି ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ଏକ ଟ୍ରଲର ଆସି ସ୍କୁଲ ବସ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରଲରକୁ ଜବତ କରାଯାଇଥିବା ବେଳେ ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣାପଡିଛି। ଆହତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.