ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

0

ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କର ୨ଟି ବହୁତଳ କୋଠା ମିଳିଥିବା ବେଳେ ଭୁବନେଶ୍ୱରରେ ୬ଟି ପ୍ଲଟ୍‌ ସମେତ ମୋଟ ୧୮ ପ୍ଲଟ୍‌ ମିଳିଛି। ସେଥିରୁ କେବଳ ଭୁବନେଶ୍ୱର ଗୋଠପାଟଣାରେ ୫ଟି ପ୍ଲଟ ରହିଛି। ସେହିପରି ୮୫୦ ଗ୍ରାମର ସୁନା ଠାବ ହୋଇଛି। ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ବ୍ୟାଙ୍କ ଜମା ଓ ବୀମା ଜାଣିବାକୁ ତଲାସୀ ଜାରିରଖିଛି ଭିଜିଲାନ୍ସ। ବିଶ୍ୱନାଥଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରୁଛି। ତେବେ ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି ବିଶ୍ୱନାଥ।

ସୂଚନା ଅନୁସାରେ, ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କର ବିପୁଳ ସମ୍ପତ୍ତି ଠାବ ହୋଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ବରରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଜୟପୁରରେ ତିନି ମହଲା କୋଠା। ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ଓ ଭୁବନେଶ୍ବର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ଚାଲିଛି ରେଡ୍। ଚଢାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ସାମିଲ ଅଛନ୍ତି।

Leave A Reply

Your email address will not be published.