ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍

0

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା (ସିନ୍ଦେ) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନସିପି (ଅଜିତ) ମୁଖ୍ୟ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ।

ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଫଡନବିସଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ସାମିଲ ହୋଇଥିଲେ।

ସେହିପରି ଶପଥ ଗ୍ରହଣ ସମାରୋହରେ, କ୍ରିକେଟର ଭଗବାନ ସଚିନ, କିଙ୍ଗ ଖାନ ଶାହରୁଖ, ଭାଇଜାନ ସଲମାନ ଏବଂ ସଞ୍ଜୟ ଦତ୍ତ ଭଳି ସେଲିବ୍ରିଟ ସାମିଲ ହୋଇଥିଲେ । ସେହିଭଳି ଶିଳ୍ପ ଜଗତରୁ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.