ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍‌ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଥିବାବେଳେ ଆଗାମୀ ୨୫ ତାରିଖରେ ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବା ପାଇଁ ପ୍ରସ୍ତୁତି ଚାଲିଛି। ଡିସେମ୍ବର ୧ ସୁଦ୍ଧା ସୁଭଦ୍ରାରେ ମୋଟ୍‌ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି। ଡିସେମ୍ବର ୬ ସୁଦ୍ଧା ପ୍ରକାଶ ଯୋଗ୍ୟ ଅଯୋଗ୍ୟ ତାଲିକା ପ୍ରକାଶ ପାଇବ। ବ୍ଲକ, ସହରାଞ୍ଚଳ, ମହାନଗର ନିଗମସ୍ତରରେ ଏହି ତାଲିକା ପ୍ରକାଶ ପାଇବ। ତେବେ ଏହା ପରେ ଆଉ ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବ।

ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ କେଉଁ କାରଣ ଯୋଗୁ ସେମାନଙ୍କର ଅର୍ଥ ଅନ୍‌ଲାଇନ୍‌ ଯୋଗେ ପଠାଯାଇପାରିନାହିଁ ସେ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ହିତାଧିକାରୀଙ୍କୁ ସିଧାସଳଖ ଅର୍ଥ ପଠାଇବାରେ ରହୁଥିବା ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଅଙ୍ଗନଓ୍ବାଡ଼ି କର୍ମଚାରୀ ଓ ବ୍ୟାଙ୍କ ମିତ୍ର ଆଦି କ୍ଷେତ୍ରସ୍ତରୀୟ ଯାଞ୍ଚ ଟିମ୍‌ର କର୍ମକର୍ତ୍ତାମାନଙ୍କୁ ସେମାନଙ୍କ ପାଖରେ ପହଞ୍ଚି ସଚେତନତା ଭିତ୍ତିକ କାର୍ଯ୍ୟକ୍ରମ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟକାରୀ ହେଉଥିବା ସହାୟକ କେନ୍ଦ୍ର(ହେଲ୍ପଡେସ୍କ)ର ପରିଚାଳନା ପାଇଁ କର୍ମଚାରୀ ନିୟୋଜନକୁ ନିଶ୍ଚିତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୁଭଦ୍ରା ସମ୍ପର୍କିତ ଆପତ୍ତି ଅଭିଯୋଗ ସିଧାସଳଖ ବା ଅଫ୍‌ଲାଇନରେ ଗ୍ରହଣ କରାଗଲେ ତାହାକୁ ସୁଭଦ୍ରା ପୋର୍ଟାଲରେ ଅପଲୋଡ୍‌ କରାଯିବ, ଯାହାଦ୍ୱାରା ଏହାର ତ୍ୱରିତ ସମାଧାନ ପାଇଁ ସହାୟକ ହେବ।

ସୁଭଦ୍ରା ଯୋଜନାକୁ ନେଇ ନଭେମ୍ବର ୨୬ରେ ବଡ଼ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତାବର୍ଷ ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଡେଡଲାଇନ୍। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍‌ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

Leave A Reply

Your email address will not be published.