ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

0

ଭୁବନେଶ୍ବର: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି।

ଆସନ୍ତାକାଲି ନାମାଙ୍କନ ଦାଖଲ ଶେଷ ତାରିଖ ଥିବା ବେଳେ ୨୦ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ। ନାମାଙ୍କନ ଭରିବା ପୂର୍ବରୁ ସୁଜିତ କହିଥିଲେ, ପଶ୍ଚିମ ଏଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ଭାଜପା ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ ଆସନ୍ତାକାଲି ନାମାଙ୍କନର ଶେଷ ଦାଖଲ ତାରିଖ ରହିଛି। ଏପର୍ଯ୍ୟନ୍ତ କଂଗ୍ରେସ ଓ ବିଜେଡି ପକ୍ଷରୁ କେହି ନାମାଙ୍କନ ଦାଖଲ କରି ନାହାନ୍ତି।

Leave A Reply

Your email address will not be published.