ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

0

ପୁରୀ: ଆସନ୍ତା ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ୩ମାସ ଭିତରେ ଶେଷ ହେବ ଏହି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର ଫିଟା ନୀତି ରାତି ୨ଟାରୁ ଆରମ୍ଭ ହେବ ବୋଲି କୁହାଯାଇଛି।

ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ମରାମତି କାମ ୩ ମାସ ମଧ୍ୟରେ ସାରିବାକୁ କହିଛି ଏଏସ୍‌ଆଇ। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ମାର୍ଗ ଦର୍ଶିକା ଅନୁସାରେ ମରାମତି କାମ କରାଯିବ। ମରାମତି କାମ ସରିବା ପରେ ଅସ୍ଥାୟୀ ରତ୍ନ ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରଣ କରାଯିବ ଏବଂ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତରଣ ପରେ ହେବ ଗଣତି, ମଣତି କାମ।

ଦୈନିକ ୫ଘଣ୍ଟା ରୁ ୬ଘଣ୍ଟା ପର୍ଯ୍ୟନ୍ତ ଏଏସଆଇ ମରାମତି କରିବ। ଦିନ ଗୋଟାଏରୁ ସଂଧ୍ୟା ୫ଟା/୬ ଟା ଯାଏଁ ଚାଲିବ ମରାମତି କାମ। ଶନିବାର, ରବିବାର କିମ୍ବା ୩୧ ଡିସେମ୍ବର ଅର୍ଥାତ ବିଶେଷ ଦିନ ମାନଙ୍କର ମରାମତି ହେବନାହିଁ। ମରାମତି ଦିନ ମାନଙ୍କରେ ବାହାର କାଠ ନିକଟରୁ ଦର୍ଶନ କରିପାରିବେ ଭକ୍ତ। ମରାମତି କାର୍ଯ୍ୟ ସମୟରେ ରାତି ୧୧ଟା ୩୦ ସୁଦ୍ଧା ପହୁଡ଼ କରାଯାଇ ରାତି ୨ଟାରେ ଦ୍ବାରଫିଟା ନୀତି ହେବ। ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ଗୁରୁତ୍ୱ ଦେଇ ରତ୍ନ ଭଣ୍ଡାର ମରାମତି ସହ ପହିଲି ଭୋଗ, ଦେବାବିଶେକ ନୀତି ଓ ମକର ସଂକ୍ରାନ୍ତି ନେଇ ଛତିଶାନିଯୋଗ ବୈଠକରେ ନୀତି ନିର୍ଘଣ୍ଟ କରାଯାଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.