ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଡିସେମ୍ବର ୩୧ରେ ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ

0

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୩୧ରେ ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ। ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।

ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ। ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା। ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବିିଶେଷ କରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭେଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠ ପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି।

Leave A Reply

Your email address will not be published.