ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର – ୨୦୨୪ ପ୍ରଦାନ କରିଛନ୍ତି। ଏଥିରେ ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ବୁଧବାର ଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଛନ୍ତି।

କୋରାପୁଟ ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, ଜିଲାପାଳ ଭି.କୀର୍ତ୍ତି ଭାସନ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ। ଏହି ବାବଦରେ କୋରାପୁଟ ଜିଲା ୩ କୋଟି ଟଙ୍କାର ପୁରସ୍କାର ରାଶି ପାଇଛି। ଜାତୀୟସ୍ତରରେ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଥିବାରୁ ଜିଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। କୋରାପୁଟ ଜିଲା ତଥା ଓଡ଼ିଶା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ଜିଲାପରିଷଦ ସଭାପତି ସସ୍ମିତା ମେଲେକା କହିଛନ୍ତି। ଏହି ପୁରସ୍କାର ଜିଲାର ସମସ୍ତ ପଞ୍ଚାୟତ ପାଇଁ ଉତ୍ସର୍ଗୀକୃତ ଏବଂ ଏହି ସଫଳତା ପାଇଁ ଜିଲାର ସମସ୍ତ ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ଭୂମିକା ପ୍ରଶଂସୀୟ ବୋଲି ଜିଲାପାଳ କହିଛନ୍ତି।

Leave A Reply

Your email address will not be published.