ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ମହିଳାଙ୍କୁ ତଣ୍ଟି କାଟି ହତ୍ୟା

0

ନୟାଗଡ଼: ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ମହିଳାଙ୍କ ପରିଚୟ ଜାଣିବା ପାଇଁ ଛାନ୍‌ଭିନ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ବାଣୀଗୋଚ୍ଛା ଥାନା କୁଜାମେଣ୍ଡି ପଞ୍ଚାୟତ ଗଙ୍ଗାଡିହ ଗାଁ ପାର୍ଶ୍ୱ ଜଙ୍ଗଲୀ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ତାଙ୍କ ବେକ କାଟି ଦିଆଯାଇଥିଲା। ତାଙ୍କ ବୟସ ପ୍ରାୟ ୪୫ ବର୍ଷ ହେବ। ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଗାଁ ଲୋକେ ଦେଖି ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ଏନେଇ ଥାନାକୁ ଖବର ଦେଇଥିଲେ। ସାଇଣ୍ଟିଫିକ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ମହିଳାଙ୍କ ପରିଚୟ ଜାଣିବା ପାଇଁ ଆଖପାଖ ଗାଁ ଲୋକଙ୍କୁ ପଚରାଉଚରା କରୁଛି। ହେଲେ ମହିଳାଙ୍କ ପରିଚୟ ଜଣାପଡ଼ିନାହିଁ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.