ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ପୋଲିସର କାର୍ଯ୍ୟ ଦକ୍ଷତାକୁ ଆହୁରି ବଢାଇବା ପାଇଁ ଆଜି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା। ରାଜ୍ୟ ସରକାରରେ କାମ କରୁଥିବା ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା ୫ ଜହାରକୁ ବୃଦ୍ଧି କରାଯିବ। ପୁର୍ବରୁ ଏହି ସଂଖ୍ୟା ୨,୪୧୬ ରହିଥିବା ବେଳେ ଏବେ ଏହାକୁ ୫୦୦୦କୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂର୍ବରୁ ୨୪୧୬ ଗୃହରକ୍ଷୀ ପଦବୀ ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଥିବା ବେଳେ ଏବେ ମୋଟ ୫ ହଜାର ପଦବୀ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯିବ। ଗୃହରକ୍ଷୀ ନିଯୁକ୍ତି କଟକଣାକୁ ସରକାର ହଟାଇ ଦେଇଛନ୍ତି। ବିଭାଗକୁ ପଦବୀ ବଢାଇ ନିଯୁକ୍ତି ପ୍ରକ୍ରିୟା ତ୍ଵରାନିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡ଼ିଶାରେ ଗୃହରକ୍ଷୀ ଭାଇମାନେ ଭଲ କାମ କରୁଛନ୍ତି। ସେମାନଙ୍କର ଆର୍ଥିକ ସହାୟତା ରାଶି ବି ବୃଦ୍ଧି କରାଯିବ।

ଆଜି କମିଶନରେଟ ପୋଲିସ ପକ୍ଷରୁ ଇଆରଏସଏସ ସେବା ଲୋକାର୍ପଣ କରିବା ଅବସରରେ ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହିତ ଇଆରଏସଏସ ବା ଆପାତ୍ତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ ବା ଏମରଜେନ୍ସିଂ ରେସପନ୍ସ ସପୋର୍ଟ ସିଷ୍ଟମ, ଯେଉଁଥିରେ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇଦେବା ଲାଗି ପୋଲିସ୍ କର୍ମଚାରି ନିୟୋଜିତ ହେବେ। ଆଜି ଏହି ସେବା ପ୍ରଦାନକାରୀ ୩୦ଟି ଗାଡ଼ି ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଯାହା ପ୍ରାଥମିକ ସ୍ତରରେ କଟକ ଓ ଭୁବନେଶ୍ୱର କମିଶନରେଟ୍‌ ଅଞ୍ଚଳରେ ସେବା ଯୋଗାଇବା ବେଳେ ପରେ ପରେ ଏହା ପୂରା ରାଜ୍ୟରେ ଜାରି ହେବ।

Leave A Reply

Your email address will not be published.