ପ୍ରମୁଖ ଖବର

ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ୍ ବଜାର ଭାରତ: ଗଡ଼କରୀ
ଉଚ୍ଚ ସମୁଦ୍ର ମତ୍ସ୍ୟ ଆହରଣକୁ ମିଳିଲା ପ୍ରୋତ୍ସାହନ
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ
ଖୋଲିଲା ହୀରାକୁଦର ୧୦ଟି ଗେଟ୍ , ମହାନଦୀକୁ ଛଡ଼ାଗଲା ବନ୍ୟାଜଳ
ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍

ବିଜେଡି ଇତିହାସ ଶେଷ ହୋଇଯାଇଛି: ହିମନ୍ତ ବିଶ୍ବଶର୍ମା

0

ପୁରୀ: ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା। ସରକାର ଆଜିର ଦିନରେ ଠିକ୍ ୬ ମାସ ପୂରଣ କରିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେବାର ସୌଭାଗ୍ୟ ମିଳିଛି ବୋଲି ସେ କହିଛନ୍ତି। ଏହା ସହିତ ସେ ବିଜେଡିକୁ କଡା ସମାଲୋଚନା ମଧ୍ୟ କରିଛନ୍ତି। ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରମୁଙ୍କ ଦର୍ଶନ ପରେ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଓଡ଼ିଶାରେ ବିଜେଡି ଇତିହାସ ସରି ସରି ଆସୁଛି। ବିଜେପି ଆଗାମୀ ୫୦ ବର୍ଷ ଯାଏ ରାଜ୍ୟରେ ରାଜ୍‌ କରିବ, ଏଥିରେ କୌଣସି ସନ୍ଦେହ ନାହିଁ।

ସେପଟେ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ବିଡେିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଭାଜପା ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ। ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ଆସିପାରନ୍ତି। ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ। ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ। ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ। ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି।

Leave A Reply

Your email address will not be published.