ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି

0

ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି। ଏହାପୂର୍ବରୁ ତାଙ୍କୁ ଅଗଷ୍ଟ ମାସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ସୂଚନା ଅନୁଯାୟୀ, ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାକୁ ରୁଟିନ୍ ଚେକ୍‌ ଅପ୍ ପାଇଁ ଅଣାଯାଇଥିଲା। କିନ୍ତୁ ଗତକାଲି ରାତିରେ ପୁଣି ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା ଓ ସେଠାରେ ତାଙ୍କୁ ଭର୍ତ୍ତି କରାଯାଇଛି। ନ୍ୟୁରୋଲୋଜି ବିଭାଗର ବରିଷ୍ଠ ଡାକ୍ତର ବିନୀତ ସୂରୀଙ୍କ ତତ୍ତ୍ୱାବଧାନରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ଆଡଭାନୀ କିଛି ଦିନଧରି ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। ଚଳିତବର୍ଷ ତାଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ମଧ୍ୟ ପ୍ରଦାନ କରାଯାଇଥିଲା। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ସେ ରାଷ୍ଟ୍ରପତି ଭବନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରି ନ ଥିଲେ। ତାଙ୍କୁ ତାଙ୍କ ବାସଭବନରେ ଭରତ ରତ୍ନ ଦିଆଯାଇଥିଲା।

ଲାଲକୃଷ୍ଣ ଆଡଭାନୀ ୮ ନଭେମ୍ବର ୧୯୨୭ରେ କରାଚିରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୪୨ରେ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନରେ ଯୋଗ ଦେଇଥିଲେ। ସେ ୧୯୮୬ ରୁ ୧୯୯୦ ପର୍ଯ୍ୟନ୍ତ, ପୁଣି ୧୯୯୩ ରୁ ୧୯୯୮ ଏବଂ ୨୦୦୪ ରୁ ୨୦୦୫ ପର୍ଯ୍ୟନ୍ତ ଭାଜପାର ରାଷ୍ଟ୍ରୀୟ ସଭାପତି ଥିଲେ। ଏହା ବ୍ୟତୀତ ସେ ଦୀର୍ଘ ସମୟ ଧରି ଦଳର ସଭାପତି ରହିଆସିଛନ୍ତି। ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଗୃହମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ।

Leave A Reply

Your email address will not be published.