ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଜଳିଗଲା ମୋ ବସ୍

0

କଟକ: କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏକ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି।

ଏହି ବସ୍‌ଟି ଡିଜେଲ୍‌ ଚାଳିତ ବସ୍‌ ବୋଲି ଜଣାପଡ଼ିଛି। ବସ୍‌ରେ ନିଆଁ ଲାଗୁଥିବା ଦେଖି ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ଆଉ କାଳବିଳମ୍ୱ ନକରି ତରବରିଆ ଭାବେ ଜୀବନକୁ ବାଜି ଲଗାଇ ବସ୍‌ରୁ ବାହାରି ଆସିଥିଲେ। ଶେଷ ଖବର ସୁଦ୍ଧା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ନିଆଁ ଲିଭି ପାରିନାହିଁ। ସଟ୍‌ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.