ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ସ୍ଥଗିତ ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିଯିବ ବୋଲି ଆଶା କରାଯାଉଛି। ୪ର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ କୋଟିଏରୁ ଅଧିକ ମହିଳା ସୁଭଦ୍ରା ଟଙ୍କା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ହିତାଧୀକାରୀଙ୍କୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିସାରରିଛି। ଡିସେମ୍ବର ୨୫ ତାରିଖରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବବୋଲି ଚର୍ଚ୍ଚା ହେଉଥିଲା। ତେବେ ଯାଞ୍ଚ ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଡିସେମ୍ବରରେ ମିଳିବ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଅଣ୍ଡର ପ୍ରୋସେସ ଦେଖାଉଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର। ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Leave A Reply

Your email address will not be published.