ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ସ୍ଥଗିତ ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିଯିବ ବୋଲି ଆଶା କରାଯାଉଛି। ୪ର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ କୋଟିଏରୁ ଅଧିକ ମହିଳା ସୁଭଦ୍ରା ଟଙ୍କା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ହିତାଧୀକାରୀଙ୍କୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିସାରରିଛି। ଡିସେମ୍ବର ୨୫ ତାରିଖରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବବୋଲି ଚର୍ଚ୍ଚା ହେଉଥିଲା। ତେବେ ଯାଞ୍ଚ ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଡିସେମ୍ବରରେ ମିଳିବ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଅଣ୍ଡର ପ୍ରୋସେସ ଦେଖାଉଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର। ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Leave A Reply

Your email address will not be published.