ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଏମ୍ସରୁ ମିଳିଲା ରୋଗୀଙ୍କ ଝୁଲନ୍ତା ମୃତଦେହ

0

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଯାଜପୁର ଜିଲା ଅଟଳପୁର ଗାଁର ୭୦ ବର୍ଷୀୟ ଦିଲୀପ କୁମାର ସାହୁ।ଦିଲୀପ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଦିଲୀପ ଗତ ଡିସେମ୍ବର ୫ ତାରିଖରେ ଏମ୍ସ ଅର୍ଥୋପେଡିକ ୱାର୍ଡରେ ଭର୍ତ୍ତି ହୋଇଥିଲେ। ସେ ୫ନମ୍ବର ବେଡରେ ରହୁଥିଲେ। ମଙ୍ଗଳବାର ସକାଳେ ନିଜ ବେଡ ଉପରେ ଲାଗିଥିବା ଫ୍ୟାନରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ଦିଲୀପ ରହୁଥିବା ୱାର୍ଡରେ ୧୦ ଜଣ କର୍ମଚାରୀ ନିୟୋଜିତ ଥିଲେ। ଏଥିସହ ୱାର୍ଡରେ ଆଟେନାଣ୍ଟ ଭାବେ ଦିଲୀପଙ୍କ ପାଖରେ ତାଙ୍କ ଝିଅ ରହୁଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି।

Leave A Reply

Your email address will not be published.