ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ

0

ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ଏଥିରେ ତିନି ଯବାନଙ୍କ ସମେତ ୧୩ ଜଣଙ୍କର ମୃତ ଘଟିଛି।

ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ବୋଟ୍ ପାଣିରେ ବୁଡ଼ି ଯାଉଥିବା ଦେଖାଯାଉଛି। ଭିଡିଓରେ ଲାଇଫ୍ ଜ୍ୟାକେଟ୍ ପିନ୍ଧିଥିବା ଲୋକମାନେ ଯାତ୍ରୀଙ୍କୁ ବଞ୍ଚାଇଥିବାର ନଜର ଆସିଛନ୍ତି।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ସୂଚନା ଦେଇଛନ୍ତି ଯେ ନୀଲକମଲ ନାମକ ଏକ ଯାତ୍ରୀବାହୀ ଜାହାଜ ସହିତ ଏକ ନୌସେନା ବୋଟ୍ ମୁହାଁମୁହିଁ ଧକ୍କା ହୋଇଛି। ବର୍ତ୍ତମାନ ସୁଦ୍ଧା ୧୦୧ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ ୧୩ ଜଣଙ୍କର ମୃତ୍ୟୁ ହୋଇଛି, ଯେଉଁଥିରେ ୧୦ ଜଣ ସାଧାରଣ ନାଗରିକ ଏବଂ ତିନି ଜଣ ନୌସେନା ଅଛନ୍ତି। ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ସମସ୍ତ ମୃତକଙ୍କ ପରିବାରକୁ ମହାରାଷ୍ଟ୍ର ସାନ୍ତ୍ୱନାମୂଳକ ୫ ଲକ୍ଷ ତାଙ୍କର ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.