ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

୨୮ରେ ସମ୍ବଲପୁର ଆସିବେ ଶାହ

0

ସମ୍ବଲପୁର: ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି।ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ ୩/୪ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବେ ବୋଲି ଜୟନାରାୟଣ କହିଛନ୍ତି।

ବିଜେପି ରାଷ୍ଟ୍ରୀୟ ନେତୃତ୍ୱଙ୍କ ଫୋକସରେ ରହିଛି ଓଡ଼ିଶା। ମାସକ ମଧ୍ୟରେ ଦ୍ୱିତୀୟ ଥର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।ସମ୍ବଲପୁର ବିଧାୟକ ଶ୍ରୀ ମିଶ୍ରଙ୍କ ସୂଚନା ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ଏହି ଗସ୍ତ ସମୟରେ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

ଶ୍ରୀ ଶାହ ୨୮ତାରିଖରେ ସମ୍ବଲପୁରରେ ପହଞ୍ଚିବା ପରେ ସିଧାସଳଖ ସମଲେଶ୍ୱରୀ ମନ୍ଦିର ଯିବେ। ସେଠାରେ ପୂଜାର୍ଚ୍ଚନା କରିବା ପରେ ସେ ଗଙ୍ଗାଧର ମେହେର କଲେଜରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ବୁର୍ଲା ଭୀମସାର ଯିବେ। ଭୀମସାର ସୁପର ସ୍ପେଶାଲିଷ୍ଟ ବିଲଡିଂକୁ ଉଦଘାଟନ କରିବାରା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହାସହ ଅନ୍ୟ କିଛି ସରକାରୀ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ ବୋଲି ଶ୍ରୀ ମିଶ୍ର କହିଛନ୍ତି। ଏହି ଗସ୍ତ ସମୟରେ ଶ୍ରୀ ଶାହ ବିଜେପି ବିଧାୟକ,ସାଂସଦ ଓ ବରିଷ୍ଠ କର୍ମକର୍ତ୍ତାଙ୍କ ବୈଠକ ମଧ୍ୟ ନେବାର କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି।

Leave A Reply

Your email address will not be published.