ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ,୩୫ ଆହତ

0

ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ଗୁରୁତର ଆହତ ମାନଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ ରହିଥିବା ଜାଣିବାକୁ ମିଳିଛି।

ସୂଚନା ଅନୁଯାୟୀ, ଲୋକମାନେ ସାପ୍ତାହିକ ହାଟକୁ ଆସୁଥିବାବେଳେ ଟର୍ଣ୍ଣିଂରେ ଟ୍ରକଟି ଓଲଟିପଡିଥିଲା। ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫ରୁ ଅଧିକ ଲୋକ ଆହତ ହୋଇଥିଲେ। ପୁଲିସ ଓ ଦମକଳ ବାହିନୀ ସମସ୍ତ ଆହତଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣା ସିଆରପିଏଫ କ୍ୟାମ୍ପ ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ଘଟିଥିଲା। ଦୁର୍ଘଟଣା ଘଟିଥିବା ସ୍ଥାନରୁ କ୍ୟାମ୍ପ ଦୂରତା କମ ହେତୁ ସେଠାରେ ଜବାନ ମାନେ ତୁରନ୍ତ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.