ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

0

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି।

କ୍ୟାପିଟାଲ ହସ୍‌ପିଟାଲ କର୍ତ୍ତୃପକ୍ଷ କହିଛନ୍ତି ଯେ ବିଜୟ ମହାନ୍ତିଙ୍କୁ ମୃତ ଅବସ୍ଥାରେ ଡାକ୍ତରଖାନାକୁ ଅଣାଯାଇଥିଲା। ତେଣୁ ନିୟମ ଅନୁସାରେ ତାଙ୍କ ଶବ ବ୍ୟବଚ୍ଛେଦ କରାଯିବ। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ।

ବିଜୟ ମହାନ୍ତି ବିଜେଡି ଟିକେଟ୍‌ରେ ଦୁଇ ଥର ବିଧାନସଭା ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ। ତା’ପରେ ଆଉ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ଦେହାନ୍ତ ଖବର ଶୁଣି ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Leave A Reply

Your email address will not be published.