ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

0

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି।

କ୍ୟାପିଟାଲ ହସ୍‌ପିଟାଲ କର୍ତ୍ତୃପକ୍ଷ କହିଛନ୍ତି ଯେ ବିଜୟ ମହାନ୍ତିଙ୍କୁ ମୃତ ଅବସ୍ଥାରେ ଡାକ୍ତରଖାନାକୁ ଅଣାଯାଇଥିଲା। ତେଣୁ ନିୟମ ଅନୁସାରେ ତାଙ୍କ ଶବ ବ୍ୟବଚ୍ଛେଦ କରାଯିବ। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ।

ବିଜୟ ମହାନ୍ତି ବିଜେଡି ଟିକେଟ୍‌ରେ ଦୁଇ ଥର ବିଧାନସଭା ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ। ତା’ପରେ ଆଉ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ଦେହାନ୍ତ ଖବର ଶୁଣି ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Leave A Reply

Your email address will not be published.