ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ

0

ଭୁବନେଶ୍ବରରେ ପୁଣି ଜଣେ କରୋନା ସଂକ୍ରମିତ ସୂଚନା

ଭୁବନେଶ୍ବର: ଓଡ଼ିଶାରେ କରୋନା ସଂକ୍ରମିତ ଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏ ନେଇ ଆଜି ସ୍ବାସ୍ଥ୍ୟ ବିଭାଗ ଟ୍ବିଟ୍ କରି ଜଣାଇଛି। ବିଭାଗ କହିଛି ଯେ ସଂପୃକ୍ତ ବ୍ୟକ୍ତିଙ୍କ ବୟସ ୭୨ ବର୍ଷ ହୋଇଥିଲା ଓ ତାଙ୍କ ଘର ଭୁବନେଶ୍ବର ଝାରପଡା ଅଞ୍ଚଳରେ। ନିଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଗତ ୪ ତାରିଖରେ ଏମସରେ ଭର୍ତି କରାଯାଇଥିଲା। ୬ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କର ନମୁନା ପରୀକ୍ଷା କରିବାରେ ତାହା ପଜିଟିଭ୍ ଥିବା ସୂଚନା ମିଳିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ବିଶେଷ କରି ସଂପୃକ୍ତ ବ୍ୟକ୍ତି କାହା କାହା ସଂସ୍ପର୍ଶରେ ଆସିଥିଲେ, ସେ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି।

ଅନ୍ୟ ଏକ ଘଟଣା କ୍ରମରେ ଆଜି ଭୁବନେଶ୍ବରର ୟନିଟ୍ ୪ ନିକଟସ୍ଥ ମଧୁସୂଦନ ନଗର ଅଞ୍ଚଳରେ ଆଉ ଜଣେ ବ୍ୟକ୍ତି କରୋନା ସଂକ୍ରମିତ ଥିବା ସୂଚନା ମିଳିଛି। ତାଙ୍କର ବୟସ ୪୫ ବର୍ଷ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ଟ୍ବିଟ୍ କରି ଜଣାଇଛି। ହେଲେ ତାଙ୍କର ଭ୍ରମଣ ଇତିହାସ ସଂପର୍କରେ ଏଯାଏ କୌଣସି ସୂଚନା ମିଳିନାହିଁ।

Leave A Reply

Your email address will not be published.