ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବିଜେଡିକୁ ଦାୟିତ୍ବ ଦେଲେ ନବୀନ

0

ଭୁବନେଶ୍ବର: କଂଗ୍ରେସ କରୋନା ମୁକାବିଲା ପାଇଁ ସହଯୋଗର ହାତ ବଢାଇଛି।ବିଜେପି ରାଜ୍ୟ ସଭାପତି ମଧ୍ୟ ଆହ୍ବାନ ଦେଇସାରିଥିଲେ। ଶେଷରେ ବିଜେଡି ଏବେ ସାମ୍ନାକୁ ଆସିଛି। ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓଡ଼ିଶାର ସାଢ଼େ ୪କୋଟି ଜନସାଧାରଣଙ୍କୁ ଧୈର୍ଯ୍ୟର ସହ ମହାମାରୀ କରୋନା ବିପତ୍ତିକୁ ମୁକାବିଲା କରୁଥିବାରୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ରକ୍ତଦାନ ଓ ଭୋକିଲାଙ୍କୁ ଖାଦ୍ୟ ଦାନ ଭଳି ମହତ କାମ କରିବା ଲାଗି ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦେଶ ମିଳିଛି। ଆଜି ବିଜେଡି ସାଧାରଣ ସଂପାଦକ (ମୁଖ୍ୟାଳୟ) ଏ ନେଇ ଏକ ବିବୃତି ଜାରି କରିଛନ୍ତି।

ଏଥିରେ କୁହାଯାଇଛି. ରାଜ୍ୟ ଏକ ଭୟଙ୍କର ସଙ୍କଟ ଭିତରେ ଗତି କରୁଛି। ଏଭଳି ଏକ ସଙ୍କଟ ପୂର୍ଣ୍ଣ ସମୟରେ ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ ନିବେଦନ କରୁଛି ଯେ, ସମସ୍ତେ ନିଜ ନିଜ ଅଞ୍ଚଳର ଜଣେବି ବ୍ୟକ୍ତିକୁ ଭୋକିଲା ରହିବାକୁ ଦେବେ ନାହିଁ । ପ୍ରତି ଭୋକିଲା ବ୍ୟକ୍ତିକୁ ନିଜ ପରିବାରର ସଦସ୍ୟ ଭାବେ ବିବେଚନା କରି ଏଭଳି ସମୟରେ ବିଭୁକ୍ଷ ଲୋକଙ୍କ ପାଖରେ ଛିଡ଼ାହୋଇ ସମାଜ ପାଇଁ ଉଦାହରଣ ସୃଷ୍ଟି କରନ୍ତୁ। ଏଭଳି କାର୍ଯ୍ୟକୁ ଏକ ସାମାଜିକ ଦାୟିତ୍ୱ ଭାବରେ ଗ୍ରହଣ କରିବା ପାଇଁ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ନିର୍ଦ୍ଦେଶକୁ ଅନୁପାଳନ କରିବା ସହ ଏଭଳି ଏକ ଆପାତ୍ତକାଳୀନ ସ୍ଥିତିରେ ଜନସାଧାରଣ ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ଘୋଷଣା କରାଯାଉଥିବା ଗାଇଡ଼ ଲାଇନକୁ ଅନୁପାଳନ କରନ୍ତୁ। ଯଦି କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ଘରୁ ବାହାରକୁ ଯାଉଛନ୍ତି ତେବେ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଶୁଭେଚ୍ଛୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଏହି ଆହ୍ଵାନ କୁ ଗ୍ରହଣ କରିବା ସହିତ ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ନିବେଦନ କରାଯାଇଛି।

ବିଜେଡି କହିଛି, ସମସ୍ତ ନିର୍ବାଚିତ ପ୍ରତିନିଧି(ଏମପି, ଏମଏଲଏ), ପୌର ପରିଷଦ, ମହାନଗର ନିଗମର ସମସ୍ତ ପ୍ରତିନିଧି ବ୍ଲକ ଚେୟାରମେନ ତଥା ସମସ୍ତ ନିର୍ବାଚିତ ପ୍ରତିନିଧି ତଥା ବିଜୁ ଜନତା ଦଳର ଅଗଣିତ କର୍ମୀ ମାନଙ୍କୁ ନିବେଦନ ସେମାନେ “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ରକ୍ତ ଅଭାବକୁ ମୁକାବିଲା କରିବା ଦରକାର। ଏହି ଘଡିସନ୍ଧି ସମୟରେ ଆମେ ଆମର ସାମାଜିକ ଦାୟିତ୍ୱ ନିର୍ବାହ କରିବା ସହିତ ମୁଖ୍ୟମନ୍ତ୍ରୀ କ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ତାହାକୁ ଆହ୍ବାନ ଭାବେ ଗ୍ରହଣ କରିବାକୁ ଶ୍ରୀ ଦାସବର୍ମା ନିବେଦନ କରିଛନ୍ତି।

Leave A Reply

Your email address will not be published.