ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

0

ଭୁବନେଶ୍ବର: ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମ୍ଭମପତିିିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲାର ଟିମାସମୁଦ୍ରମ ଗାଁରେ ଜନ୍ମ ଲାଭ କରିଥିବା ଡକ୍ଟର ହରିବାବୁ କମ୍ଭମପତିିି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।
ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।

ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

Leave A Reply

Your email address will not be published.