ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ବର୍ତ୍ତମାନ ସେ ୨୦୨୬ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ଭାଜପା ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓ ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ସେ ଭୁବନେଶ୍ୱର ଫେରିଥିଲେ। ମାତ୍ର ୬ ମାସ ଭିତରେ ନୂଆ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି ମନୋଜ ଆହୁଜା। ବିଶେଷ କରି ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ଗୁଡ଼ିକୁ ପୂରଣ କରିବାରେ ବଡ଼ ଭୂମିକା ନିଭାଇଛନ୍ତି।

Leave A Reply

Your email address will not be published.