ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ

0

ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା।

ଗତକାଲି ଅର୍ଥାତ୍ ୩୦ ତାରିଖରେ ନବୀନ ଗଞ୍ଜମ ଜିଲ୍ଲା ଯିବାର କାର୍ଯ୍ୟକ୍ରମ ରହିଛି। ଗତ ନିର୍ବାଚନରେ ହାରିବା ପରଠାରୁ ପ୍ରଥମ ଥର ପାଇଁ ଜିଲ୍ଲା ଗସ୍ତରେ ଯାଇ ଚାଷୀଙ୍କୁ ଭେଟିବେ ନବୀନ। ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର, ଆସିକା ଓ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତବେଳେ ସେ ଫସଲହାନି ସ୍ଥିତି ଅନୁଧ୍ୟାନ କରିବେ। ପୁରୀ ଜିଲ୍ଲାର ସତ୍ୟବାଦୀରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବେ। ଜଗତସିଂହପୁର ଜିଲ୍ଲା ବାହାରଣା ପଞ୍ଚାୟତର ରତିସିଂହା ଯାଇ ସେଠାରେ ଚାଷୀଙ୍କ ସହ ଆଲୋଚନା କରିବେ। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ଚାଷୀଙ୍କୁ ବି ଭେଟିବେ ନବୀନ। କଟକ ସାଲେପୁରରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବା ସହ ଫସଲ କ୍ଷୟକ୍ଷତି ନେଇ ଅଧିକାରୀଙ୍କ ସହ ସମୀକ୍ଷା କରିବେ। ଆସନ୍ତାକାଲି ବୁଲିବେ ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର, ଆସିକା ଓ ହିଞ୍ଜିଳି ଅଞ୍ଚଳ।

ତେବେ କହିରଖୁଛୁ, ଆଜିଠାରୁ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ କରି ବର୍ଷାରେ ହୋଇଥିବା କ୍ଷୟକ୍ଷତି ବୁଲି ଦେଖୁଛନ୍ତି। ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ମନୋବଳ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୩ଜଣ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ବାହାରିଛନ୍ତି। ଲୋକଙ୍କ ପାଖକୁ ଯାଇ ସେମାନଙ୍କ ଅସୁବିଧା ଶୁଣିବା ସହ ଫସଲର ଅବସ୍ଥା ଅନୁଧ୍ୟାନ କରୁଛନ୍ତି ।

Leave A Reply

Your email address will not be published.