ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

0

ଭୁବନେଶ୍ବର: ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା। ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଭି ଓ ଖବର କାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ମିଳିଛି।ଏଥିପାଇଁ ନୂଆ ସରକାର ଗ୍ରୀନ୍‌ ସିଗନାଲ ଦେଇଥିବା ବେଳେ ଖୁବ୍‌ ଶୀଘ୍ର ଏହା ଲାଗୁ ହେବ।

ପୂର୍ବ ସରକାର କୋଭିଡ୍‌ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇ ନଥିଲେ ବପୂର୍ବ ସରକାର। ବର୍ତ୍ତମାନ ଭାଜପା ସରକାର ପ୍ରଥମ ଥର ଓ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟ ସ୍ବୀକୃତିପ୍ରାପ୍ତ ଓ ଅଣସ୍ବୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି।

Leave A Reply

Your email address will not be published.