ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

0

ଭୁବନେଶ୍ବର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି। ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି।

ସେହିପରି ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏହି ତିନି ଜଣ ହେଉଛନ୍ତି ୨୦୦୭ ବ୍ୟାଚ୍‌ର। ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ କାର୍ଯ୍ୟ କରୁଛନ୍ତି।

ଆଇପିଏସ୍‌ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେ ୨୦୧୧ ବ୍ୟାଚ୍‌ର। ସେହିପରି ଆଉ ଦୁଇ ଜଣ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.