ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

0

ଭୁବନେଶ୍ବର: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗୁରୁବାର ସେ ଭୁବନେଶ୍ଵରରେ ପହଞ୍ଚିବେ। ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଏହାପରେ ୩ ତାରିଖରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରିବାବୁ କମ୍ଭମ୍‌ପତି।

ସୂଚନାଯୋଗ୍ୟ, ଗତ ଡିସେମ୍ବର ୨୪ରେ ତାଙ୍କୁ ଓଡ଼ିିଶାର ପରବର୍ତ୍ତୀ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ। ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି।
ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ। ଓଡ଼ିଶାର ରାଜ୍ୟପାଳ ଥିବା ସମୟରେ ତାଙ୍କ ପୁଅ ପୁରୀ ରାଜଭବନରେ ଜଣେ ଓଡ଼ିଆ ଏଏସ୍‌ଓ ଅଧିକାରୀଙ୍କୁ ନିର୍ମମ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହାକୁ ନେଇ ଓଡ଼ିଶାର ନୂଆ ଭାଜପା ସରକାରଙ୍କୁ କାଠଗଡ଼ାକୁ ଟାଣିଥିଲେ ବିରୋଧୀ ବିଜେଡି ଏବଂ କଂଗ୍ରେସ। ଏପରିକି ରାଜ୍ୟପାଳଙ୍କ ଇସ୍ତଫା ଦାବି କରି ବିଧାନସଭାରେ ଅନେକ ଥର ହୋହଲ୍ଲା କରିଥିଲେ ବିରୋଧୀ।

Leave A Reply

Your email address will not be published.