ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

0

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

କାରାବରଣ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ୍‌ ପୂର୍ବରୁ ୧୦ ହଜାର ଟଙ୍କା ଥିବା ବେଳେ ଏହାକୁ ଦୁଇଗୁଣା କରିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଭତ୍ତା ବାବଦକୁ ୧୦ ହଜାର ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୨୦ ହଜାର ଟଙ୍କା କରି ଦିଆଯାଇଛି। ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ସେହିପରି କାରାବରଣ କରି ନ ଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତାକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଅପରପକ୍ଷେ ଜାତୀୟ ଭତ୍ତା ପାଉଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନକୁ ୮ ହଜାରରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ୍‌ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.