ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

0

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

କାରାବରଣ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ୍‌ ପୂର୍ବରୁ ୧୦ ହଜାର ଟଙ୍କା ଥିବା ବେଳେ ଏହାକୁ ଦୁଇଗୁଣା କରିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଭତ୍ତା ବାବଦକୁ ୧୦ ହଜାର ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୨୦ ହଜାର ଟଙ୍କା କରି ଦିଆଯାଇଛି। ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ସେହିପରି କାରାବରଣ କରି ନ ଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତାକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଅପରପକ୍ଷେ ଜାତୀୟ ଭତ୍ତା ପାଉଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନକୁ ୮ ହଜାରରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ୍‌ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.